ପୁଣି ୨୧୮ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧୮୦କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୨୧୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୨୦ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରେ ୭ଜଣ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ଅଛନ୍ତି।

ଆଜି ୨୧ଟି ଜିଲ୍ଲାରୁ ୨୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମରୁ ୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂହପୁରରୁ ୨୯, ଭଦ୍ରକରୁ ୨୫, ଗଜପତିରୁ ୨୭, ଖୋର୍ଦ୍ଧା ୧୭, ସୁନ୍ଦରଗଡ଼ରୁ ୧୧, ପୁରୀ ୧୦, ମୟୁରଭଞ୍ଜରୁ ୯, କେନ୍ଦ୍ରପଡ଼ା ୬, ବାଲେଶ୍ୱରରୁ ୭, କଟକ ୫, ଝାରସୁଗୁଡ଼ାରୁ ୪, କେନ୍ଦୁଝର, ନୂଆପଡ଼ା ଓ ସମ୍ବଲପୁରରୁ ୨ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନବରଙ୍ଗପୁର, ଅନୁଗୁଳ, କନ୍ଧମାଳ, ଯାଜପୁର, ବୌଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଏନ୍‌ଡିଆର୍‌ଏଫ ଯବାନ ୭ଜଣ ଚିହ୍ନଟ ହୋଇଛନ୍ତି । ସେ ଅମ୍ପନ ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇ ଫେରିଥିଲେ ।