ପୁଣି ୨୬୪ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଏମାନଙ୍କ ଭିତରୁ ୩୦ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୨୩୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ କେହି ଜଣେ ବି ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ନ ଥିବା ଜଣାଯାଇଛି।

ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୭୬, ଯାଜପୁରରୁ ୪୧, କେନ୍ଦୁଝରରୁ ୨୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୮ ଜଣ ଲେଖାଏଁ ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୫ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାଛଡ଼ା ବାଲେଶ୍ବର ଓ କଟକରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ, ପୁରୀରୁ ୭, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ୪-୪ ଜଣ ଚିହ୍ନଟ, ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡ଼ା, ଗଜପତି, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟହୋଇଥିବାର ସୂଚନା ମିଳିଛି।