ପୁଣି ସୁସ୍ଥ ହେଲେ ୨୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଏକ ଖୁସି ଖବର ଆସିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୯, ଭୁବନେଶ୍ୱରରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଗଂଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨-୨ ଓ କୋରାପୁଟ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୪୩ ଜଣ କରୋନା ରୋଗରୁ ସୁସ୍ଥ ହେଲେଣି ।