ଆଜି ରାଜ୍ୟରେ ସୁସ୍ଥ ହେଲେ ୨୭୮୭ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। କରୋନା ଯୋଦ୍ଧାଙ୍କ ନିରନ୍ତର ଉଦ୍ୟମ ଯୋଗୁଁ ଆକ୍ରାନ୍ତମାନେ ସୁସ୍ଥ ହୋଇ ଘରକୁ ଯାଉଛନ୍ତି। ଆଜି ୩୦ଟି ଜିଲ୍ଲାରୁ ଆଜି ୨୭୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୧ ହଜାର ୮୫ରେ ପହଞ୍ଚିଛି।


ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲ୍ଲାରୁ ୨୩୦ ଜଣ, ପୁରୀ ଜିଲ୍ଲାରୁ ୧୯୨ ଜଣ, ମୟୂରଭଂଜ ଜିଲ୍ଲାରୁ ୧୫୩ ଜଣ, ଗଂଜାମ ଜିଲ୍ଲାରୁ ୧୧୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ ଜଣ କେନ୍ଦୁଝର ଜିଲ୍ଲାରୁ ୭୬ ଜଣ, ବରଗଡ଼ ଜିଲ୍ଲାରୁ ୭୫ ଜଣ, ଯାଜପୁର ଜିଲ୍ଲାରୁ ୬୮ ଜଣ, କୋରାପୁଟ ଜିଲ୍ଲାରୁ ୬୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ ଜଣ, ସମ୍ବଲପୁର ଜିଲ୍ଲାରୁ ୬୨ ଜଣ, ଭଦ୍ରକ ଜିଲ୍ଲାରୁ ୫୪ ଜଣ ଓ ଝାରସୁଗୁଡ଼ା ଜିଲ୍ଲାରୁ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।