କଟକରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ଜିଲ୍ଲାରୁ ନୂଆ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଟକ ମହାନଗର ନିଗମ ଅଞ୍ଚଳରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ ଟାଙ୍ଗୀରୁ ଜଣେ, କଟକ ସଦରରୁ ଜଣେ, ବାଙ୍କୀରୁ ୧୨ ଜଣ, ବଡ଼ମ୍ବାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ବ୍ୟତୀତ ନରସିଂହପୁରରୁ ୨ଜଣ, ନିଆଳିରୁ ୨ ଓ ସାଲେପୁରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କଟକ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୪୪ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୩୦୩ ଜଣ ଚିକିତ୍ସାଧୀନ ଅଛନ୍ତି। କରୋନା ଯୋଗୁ କଟକ ଜିଲ୍ଲାରେ ସମୁଦାୟ ୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।