ଆଜି ରାଜ୍ୟରେ ୨୯୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୯୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୫୩୦ ରେ ପହଞ୍ଚି ଯାଇଛି। ୩୦ଟି ଜିଲ୍ଲାରୁ ଚିହ୍ନଟ ୨୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୧୧୪ ଟି ହେଉଛି ଲୋକାଲ୍ କେସ୍‌।


ଏହି ୨୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ୬୦୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨୧, ବାଲେଶ୍ୱରରୁ ୧୧୫, ବରଗଡ଼ରୁ ୯୮, ଭଦ୍ରକରୁ ୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ବଲାଙ୍ଗିରରୁ ୬୨, ବୌଦ୍ଧରୁ ୯, କଟକରୁ ୧୫୮, ଦେବଗଡ଼ରୁ ୯, ଢେଙ୍କାନାଳରୁ ୬୦, ଗଜପତିରୁ ୪୩, ଗଞ୍ଜାମରୁ ୨୭୧, ଜଗତସିଂହପୁରରୁ ୪୬, ଯାଜପୁରରୁ ୧୨୧, ଝାରସୁଗୁଡ଼ାରୁ ୪୩, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୫୮, କେନ୍ଦ୍ରାପଡ଼ାରୁ ୪୩, କେନ୍ଦୁଝରରୁ ୬୩, କୋରାପୁଟରୁ ୯୫, ମାଲକାନଗିରିରୁ ୮୫, ମୟୂରଭଞ୍ଜରୁ ୧୨୦, ନବରଙ୍ଗପୁରରୁ ୬୮, ନୟାଗଡ଼ରୁ ୧୫୩, ନୂଆପଡ଼ାରୁ ୧୧, ପୁରୀରୁ ୧୫୬, ରାୟଗଡ଼ାରୁ ୧୩୭, ସମ୍ବଲପୁରରୁ ୧୦୪, ସୋନପୁରରୁ ୪୦ ଓ ସୁନ୍ଦରଗଡ଼ରୁ ୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୨,୨୭୬ ସୁସ୍ଥ ହୋଇ ଘରକୁ ଫେରିଥିଲାବେଳେ ଏବେ ବି ୨୫,୭୯୨ ଜଣ ସକ୍ରିୟ ଅଛନ୍ତି।