ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଶେଷ ହେବ ପ୍ରଚାର

ନୂଆଦିଲ୍ଲୀ/ ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଅଭିଯାନ ଶେଷ ହେବ। ଶେଷ ଦିନରେ ଭୋଟରଙ୍କ ନିକଟରେ ପହଞ୍ଚିବା ପାଇଁ ସବୁ  ଦଳର ରାଜନେତାମାନେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଆସନ୍ତା ଗୁରୁବାର ୧୮ ତାରିଖରେ ୧୨ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୭ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ।

ଏହି ପର୍ଯ୍ୟାୟରେ ରାଜ୍ୟର ୫ଟି ଲୋକସଭା ଆସନ ନିମନ୍ତେ ୩୫ ଜଣ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ମୈଦାନରେ ଅଛନ୍ତି।

ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା  ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ମୋଟ ୯୧୧୭ଟି ବୁଥରେ ୩୯,୪୫,୦୨୫ ପୁରୁଷ, ୩୭,୪୭,୪୯୩ ମହିଳା ଭୋଟର ଏବଂ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ବୋଟ ୭୬ ଲକ୍ଷ, ୯୩ ହଜାର୧୨୩ ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ।