କରୋନା ନେଲା ଆଉ ୩ ଜଣଙ୍କ ମୁଣ୍ଡ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗ ଏବଂ ହାଇପରଟେନସନ ଜନିତ ସମସ୍ୟାରେ ପୀଡିତ ଥିଲେ।

ସେହିପରି ଅନ୍ୟ ଜଣେ ବ୍ୟକ୍ତି ହେଉଛନ୍ତି କଟକ ଜିଲ୍ଲାର ୬୫ ବର୍ଷ ବୟସ୍କ ବ୍ୟକ୍ତି । ସେ ମଧ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ତାଙ୍କର ଡାଇବେଟିସ୍‌, ହାଇପରଟେନସନ ଓ କିଡନୀ ଜନିତ ସମସ୍ୟା ରହିଥିଲା । ସେହିପରି ଭୁବନେଶ୍ୱରର ୭୩ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।