ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ତିନି ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ୩ ଜଣ କଟକ ଜିଲ୍ଲା, ମୟୁରଭଞ୍ଜ ଓ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି । ଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ  ମୟୁରଭଞ୍ଜ, କଟକ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ୩୦୬ଟି ସକ୍ରିୟ କରୋନା ମାମଲା ରହିଛି । ଏହା ସହ ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।