ଆଜି ଭୁବନେଶ୍ୱରରେ ୩୧୯ ପିଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।


ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୬୨ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୫୭ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।