ଆଜି ରାଜ୍ୟରେ ୩୨୧୯ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୩୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୭୮୦ରେ ପହଞ୍ଚିଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେହିପରି ବାକି ୧୨୮୮ଟି ହେଉଛି ଲୋକାଲ୍ କେସ୍‌।


ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୪ଜଣ, ବରଗଡ଼ ଜିଲ୍ଲାରୁ ୧୮୫ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩୬ଜଣ, କଟକ ଜିଲ୍ଲାରୁ ୪୦୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୭ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୧୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୩୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୩୧ଜଣ, କୋରାପୁଟ ଜିଲ୍ଲାରୁ ୯୦ଜଣ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୫ଜଣ, ନୟାଗଡ଼ ଜିଲ୍ଲାରୁ ୬୨ଜଣ, ନୂଆପଡ଼ା ଜିଲ୍ଲାରୁ ୪୯ଜଣ, ପୁରୀ ଜିଲ୍ଲାରୁ ୨୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୦ଜଣ ରହିଛନ୍ତି ।