ଆଜି ଭୁବନେଶ୍ୱରରୁ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ଭୁବନେଶ୍ୱର ମହାନଗର ନିଗମରୁ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୯୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୮୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।