ସୁସ୍ଥ ହେଲେ ୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନା ଭାଇରସ ସଂକ୍ରମଣ  ନେଇ ରାଜ୍ୟବାସୀଙ୍କୁ ଖୁସୀ ଖବର ମିଳିଛି । ଆଜି ରାଜ୍ୟର ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଭଦ୍ରକ ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ମଧ୍ୟ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୬୦ରେ ପହଂଚିଛି ।