କୋଠା ଭୁଶୁଡ଼ି ୪ ମୃତ

ଅହମଦାବାଦ: ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟ ଖେଡା ଜିଲ୍ଲାର ପ୍ରଗତିନଗରରେ ଏକ ତିନି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଅତ୍ୟଧିକ ବର୍ଷା କାରଣରୁ କୋଠାଟି ଭୁଶୁଡ଼ି ଯାଇଥିବା ଜଣାପଡିଛି । ୪ ଜଣଙ୍କର ମୃତଦେହ ଏଯାଏ ଉଦ୍ଧାର କରାଯାଇଥିବା ବେଳେ ୫ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୋଠା ତଳେ ଆହୁରି ୭ରୁ ୮ ଜଣ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଦମକଳ ବାହିନୀର ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଖେଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣାପଡ଼ିଛି।