ଭୁବନେଶ୍ୱର: ଭୁବନେଶ୍ୱରର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ ମୋଟ୍ ୪୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦,୪୨୫ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୪୦୩୮ ରହିଛି । ସେହିପରି ସୋମବାରଦିନ ଭୁବନେଶ୍ୱରରେ ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି । ଏହା ସହିତ ଭୁବନେଶ୍ୱରରେ ମୋଟ ସୁସ୍ଥସଂଖ୍ୟା ୬୩୩୪ ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୪୨ ଛୁଇଁଛି ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।
Update on newly detected & cured #COVID19 cases in the last 24 hrs under the BMC area on 31st Aug 2020(till 9am).
The ward wise active cases, cured cases are shared. pic.twitter.com/JjOrYFCtGi
— BMC (@bmcbbsr) August 31, 2020