ଆଜି ଭୁବନେଶ୍ୱରରେ ଆଉ ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୬୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।


ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୮୫ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୭୫ଟି ସ୍ଥାନୀୟ ମାମଲା ରହିଛି । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।