ପୁଣି ୪୮ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୪୮ଜଣଙ୍କ ମଧ୍ୟରୁ କନ୍ଧମାଳରୁ ୨, ଯାଜପୁର ୧୬, ଗଞ୍ଜାମ ୧୫, ପୁରୀ ୪, କେନ୍ଦ୍ରାପଡ଼ା ୩, ନୟାଗଡ଼ ୩, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୧ ଓ ଖୋର୍ଦ୍ଧାରୁ ଜଣେ ଚିହ୍ନଟ ହୋଇଛନ୍ତି ।