ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୭୯

୫ ଜଣ ନୂଆ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର

ଭୁବନେଶ୍ୱର: ରାଜ୍ୟରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ । ଆଜି ପୁଣି ଓଡ଼ିଶାରେ ଆଉ ୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଆଧିକାରୀକ ୱେବସାଇଟରେ ସୂଚନା ଦିଆଯାଇଛି । ଏମାନେ ସମସ୍ତେ ବାଲେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି । ଅନ୍ୟ ପକ୍ଷରେ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହୋଇଛି।

ସୂଚନାଯୋଗ୍ୟ, ଗତକାଲି ସକାଳୁ ପ୍ରଥମେ ୭ ଜଣ ଓ ଅପରାହ୍ନରେ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆଜି ପୁଣି ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଂଚିଛି ।