ଗଞ୍ଜାମ ଜିଲ୍ଲାରେ ୫ ପୁଲିସ କର୍ମଚାରୀଙ୍କୁ କରୋନା

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଥିବାବେଳ ଆଉ ୫ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬୭କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୫ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୧୦୯୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୪୬୧ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।