ପୁଣି ଗଞ୍ଜାମରେ ୫୦ ନୂଆ ପଜିଟିଭି ଚିହ୍ନଟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଉ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ରେ ପହଞ୍ଚିଛି। ଅବଶ୍ୟ ସେମାନଙ୍କ ମଧ୍ୟରୁ ୭୬୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।


ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ନୂଆ କରି ଚିହ୍ନଟ ହୋଇଥିବା ଏହି ୫୦ କରୋନା ଆକ୍ରାନ୍ତଙ୍କୁ କୋଭିଡ୍ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଏହି ୫୦ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ରହିଛନ୍ତି।