ଆଜି ରାଜ୍ୟରେ ସୁସ୍ଥ ହେଲେ ୫୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ ହୁ ହୁ ହୋଇ ବଢ଼ୁଛି ସଂକ୍ରମଣ, ସେପଟେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଆଜି ଗୋଟିଏ ଦିନରେ ରାଜ୍ୟରେ ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୨, ୪୫୨ରେ ପହଂଚିଛି ।


ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡା ଓ ବରଗଡରୁ ୧୩ ଜଣ ଲେଖାଏଁ, ମୟୂରଭଞ୍ଜ ଓ ରାୟଗଡାରୁ ୯ ଜଣ ଲେଖାଏଁ, ବଲାଙ୍ଗିରରୁ ୮, ଭଦ୍ରକରୁ ୭, ଗଜପତି ଓ ପୁରୀରୁ ୬ ଜଣ ଲେଖାଏଁ, କୋରାପୁଟରୁ ୫, ଅନୁଗୁଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।