ଅକ୍ଷୟ ତୃତୀୟାରେ ରଥ ଅନୁକୂଳ : ବିଶ୍ୱକର୍ମା ମହାରଣା ସୁବର୍ଣ୍ଣ କୁରାଢ଼ୀ ସ୍ପର୍ଶ କରି ରଥନିର୍ମାଣ ଅନୁକୂଳ କଲେ

ପୁରୀ  : ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ପବିବ୍ର ଅକ୍ଷୟ ତୃତୀୟା ଅବସରରେ ଶନିବାର ରଥକାଠ ଅନୁକୂଳ ହୋଇଛି। ଏଥି ସହ ପୁରୀ ବଡଦାଣ୍ଡ ରଥଖଳାକୁ ଆଜ୍ଞାମାଳ ବିଜେ ହୋଇଛି। ୩ ରଥ ମୁଖ୍ୟ ବିଶ୍ଵକର୍ମା ଆଜ୍ଞାମାଳ ପରଦାନ କରାଯାଇଛି। ତିନିଜଣ ପୂଜାପଣ୍ଡା ତିନି ରଥର ମୁଖ୍ୟ ବିଶ୍ୱକର୍ମାଙ୍କୁ ଆଜ୍ଞାମାଳ ପ୍ରଦାନ କରିବା ପରେ ବିଶ୍ୱକର୍ମା ମହାରଣା ସୁବର୍ଣ୍ଣ କୁରାଢ଼ୀ ସ୍ପର୍ଶ କରି ରଥନିର୍ମାଣ ଅନୁକୂଳ କରିଥିଲେ।  ରଥନିର୍ମାଣ ନିମନ୍ତେ ଦୁଇଜଣ ଦେଉଳ ପୁରୋହିତ ଓ ୧୧ଜଣ ଶୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗ ପଦ୍ଧତିରେ ହୋମ କରାଯାଇଥିଲା। ବ୍ୟାରିକେଡ ମଧ୍ୟରେ ୩ ଖଣ୍ଡ ଧଉରା କାଠ ରଖାଯାଇଥିଲା। ପୂଜା ପଣ୍ଡା ଆଜ୍ଞାମାଳ ବିଶ୍ୱକର୍ମା ମହାରଣାଙ୍କୁ ପ୍ରଦାନ କରିବା ପରେ ଜଳ ସିଞ୍ଚନ କରାଯାଇ ସୁବର୍ଣ୍ଣ କୁରାଢ଼ୀ ଦ୍ୱାରା ରଥ ଅନୁକୂଳ ହୋଇଥିଲା।