ଯୁକ୍ତ ୨ ମୂଲ୍ୟାୟନ ଲାଗି ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ଯୁକ୍ତ ୨ ପରୀକ୍ଷା ବାତିଲକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି । ସିବିଏସଇ ପଲିସିକୁ ଅନୁଧ୍ୟାନ କରି କମିଟି ସଦସ୍ୟମାନେ ତର୍ଜମା କରିବେ। ଏହା ପରେ ନିଷ୍ପତ୍ତି ହେବ ଯେ କେଉଁ ଆଧାରରେ ମାର୍କ ଦିଆଯିବ ଓ ଫଳ ପ୍ରକାଶ କରାଯିବ ।

ସିବିଏସଇ ଓ ଆଇସିଏସଇ ରେଜଲ୍ଟ ଯେଉଁ ସମୟରେ ବାହାରିବ, ସେହି ସମୟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ। ରାଜ୍ୟର ଛାତ୍ରଛାତ୍ରୀ ଯେମିତି ଅସୁବିଧାର ସମ୍ମୁଖୀନ ନହୁଅନ୍ତି ସେନେଇ ଗୁରୁତ୍ୱ ଦିଆଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।