ଭୁବନେଶ୍ୱର: ରାଜ୍ୟରେ ଆଜି ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Covid-19 Report For 6th July
New Positive Cases: 571
In Quarantine: 403
Local Contacts: 168(Details of local contacts will be shared by concerned District Administration)
Dist Wise Cases
1. Angul: 4
2. Balasore: 28
3. Bhadrak: 1
4. Bolangir: 5
5. Cuttack: 29
6. Dhenkanal: 1— I & PR Department, Odisha (@IPR_Odisha) July 7, 2020
ଏମାନଙ୍କ ଭିତରୁ ୧୬୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୦୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭୩, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ୱର ଜିଲ୍ଲାରୁ ୨୮, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀର ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୨୯, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୫୬, ଜଗତସିଂହପୁର ଜିଲ୍ଲାରୁ ୧୭, ଯାଜପୁର ଜିଲ୍ଲାରୁ ୧୬, ଝାରସୁଗୁଡ଼ା ଜିଲ୍ଲାରୁ ୧, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୩୭, ମୟୂରଭଞ୍ଜ ଜିଲ୍ଲାରୁ ୧୪, ନବରଙ୍ଗପୁର ଜିଲ୍ଲାରୁ ୭, ନୟାଗଡ଼ ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ରାୟଗଡ଼ା ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏମାନଙ୍କ ଭିତରେ କେହି ଜଣେ ବି ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ନ ଥିବା ଜଣାଯାଇଛି। ଏବେ ରାଜ୍ୟରେ ମୋଟ୍ ୬୪୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୭ ରହିଛି।