ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ ଓ ଅନୁମୋଦିତ : ବିଜେଡି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସଂକ୍ରାରେ ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍ ମହାିଙ୍କ ବକ୍ତବ୍ୟ 

ଭୁବନେଶ୍ବର :ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହାପରେ ପରିଚାଳନା କମିଟି ଦ୍ବାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍ ମହାନ୍ତି.

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସଂକ୍ରାରେ ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍ ମହାିଙ୍କ ବକ୍ତବ୍ୟ 

* ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ ଓ ଅନୁମୋଦିତ 

* ଲୋକଙ୍କ ମତାମତ ପାଇଁ ପବ୍ଲିକ ଡୋମେନରେ ପ୍ରକଳ୍ପଟି ରଖାଯାଇଥିଲା  

* ବିଧାନସଭାରେ ସର୍ବସମ୍ମତ କ୍ରମେ ପାରିତ ହୋଇଛି ପ୍ରକଳ୍ପ 

* ପ୍ରକଳ୍ପ ଶିଳାନ୍ୟାସ ଉତ୍ସବରେ ସବୁଦଳର ନେତା ଓ ବିଶିଷ୍ଟବ୍ୟକ୍ତି ଉପସ୍ଥିତ ଥିଲେ 

* ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ପ୍ରକଳ୍ପ କାର୍ଯ୍ୟରେ ସହଯୋଗ ଆହ୍ବାନ 

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାି କହିଛି ଯେ ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା ଯାହାକୁ ସରକାର ଅନୁମୋଦନ କରିପାରିଥାେ । କିୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା । ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ବାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା ।

ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନ୍ଏମ୍ଏ)କୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ । ଏନ୍ଏମ୍ଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏହା ପରେ କାମ ଆରମ୍ଭ ହେଲା ।

ଏଏସ୍ଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା । ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ, ଓଡ଼ିଶା ବିଧାନସଭା ଦ୍ବାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ୍ କରିବା ଏବଂ ପରବର୍ତ୍ତୀ ସମୟରେ ଏନ୍ଏମ୍ଏ ଦ୍ବାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି । ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଆଶା କରାଯାଉଛି ଯେ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ.