ଆଜି ରାଜ୍ୟରେ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ ସେମାନଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ଲେଖାଏଁ ଅଛନ୍ତି ।

ଏହି ତିନି ଜଣଙ୍କ ମୃତ୍ୟୁ ପରେ ଗଞ୍ଜାମ ଜିଲ୍ଲାରେ କରୋନାଜନିତ ମୃତକଙ୍କ ସଂଖ୍ୟା ୨୭ରେ ପହଞ୍ଚିଥିବା ବେଳେ କଟକରେ ଏହି ସଂଖ୍ୟା ୫ ହୋଇଛି। ସେହିଭଳି ଖୋର୍ଦ୍ଧା ଜିଲ୍ଲାରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ, ବରଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଯାଜପୁର, ଗଜପତି, ରାୟଗଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟଙ୍କର ମୃତ୍ୟୁ ହୋଇଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ପୀଡ଼ିତ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଏବେ ରାଜ୍ୟରେ ମୋଟ୍ ୬୭୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୬୦ ରହିଛି।