ଆଜି ରାଜ୍ୟରେ ୬୧୬ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୩,୭୩୭

ଭୁବନେଶ୍ୱର:  ଆଜି  ରାଜ୍ୟର ୨୩ଟି ଜିଲ୍ଲାରୁ ୬୧୬ଜଣ କରୋନା ପିଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୧ଟି ସ୍ଥାନୀୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତିଦିନ ଭଳି ଆଜି ବି ଗଞ୍ଜାମରୁ ସର୍ବାଧିକ ୨୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


ସୋମବାର ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକରୁ ୨୩ଜଣ, ଢ଼େଙ୍କାନାଳରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୮୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝରରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ଜଣେ ଓ ସୁନ୍ଦରଗଡ଼ରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ .ହୋଇଥିବା  ଜଣାପଡ଼ିଛି।

ଏଯାବତ ରାଜ୍ୟରେ ୧୩,୭୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭୫୦ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ଏବେ ବି ୪୮୯୬ଟି କରୋନା ସକ୍ରିୟ ମାମଲା ରହିଛି।