ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


୭ ମୃତକଙ୍କ ମଧ୍ୟରେ କେବଳ ସମ୍ବଲପୁର ଜିଲ୍ଲାରୁ ୩ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବରଗଡ଼ ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧ ଓ ଭଦ୍ରକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।