ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ମୃତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ମୈନପୁରୀ ଜିଲ୍ଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦିଲ୍ଲୀରୁ ବାରାଣସୀ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ ଏକ ଟ୍ରକକୁ ଶକ୍ତ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୭ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ଯୋଗ୍ୟ, ଆହତମାନଙ୍କୁ ଚିକିତ୍ସା ନିମନ୍ତେ ଇଟାୱାହର ସାଇଫାଇ ପିଜିଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ସମ୍ଭାବନା ରହିଛି। ବସର ଭଙ୍ଗାରୁଜା ଅଂଶକୁ କଟା ଯାଇ ଭିତରେ ଅଟକି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି। ବସ ଚାଳକଙ୍କ ନିୟନ୍ତ୍ରଣ ହରାଇବାରୁ ଟ୍ରକ ସହ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।