ଆଉ ୭ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୬୮

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଂଚିଯାଇଛି ।

ରାଜ୍ୟରେ ଆଜି ସୁଦ୍ଧା ଚିହ୍ନଟ ହୋଇଥିବା ୬୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ରାଜ୍ୟର ବିଭିନ୍ନ କୋଭିଡ୍-୧୯ ହସ୍ପିଟାଲରେ ୪୩ ଜଣ ଚିକିତ୍ସିତ ହେଉଛନ୍ତି।

ଆଜି ଚିହ୍ନଟ ହୋଇଥିବା ୭ ଜଣ କେଉଁ ଅଂଚଳର ଓ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରୀ ସମ୍ପର୍କରେ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଅନ୍ୟପକ୍ଷରେ ଏଯାଏ ରାଜ୍ୟରେ ୧୦,୬୪୧ ନମୂନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୧୦,୫୭୩ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି।