ରାଜ୍ୟରେ ପୁଣି ୮ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୋଟ କରୋନା ମୃତ୍ୟୁସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଗଞ୍ଜାମରେ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକମାନେ ସମସ୍ତେ ପୁରୁଷ ଏବଂ ସେମାନଙ୍କର ବୟସ ଯଥାକ୍ରମେ- ୪୫,୪୮,୫୬ ଓ ୭୮ ବର୍ଷ ବୋଲି ଜଣାପଡ଼ିଛି।

ସେହିପରି ଖୋର୍ଦ୍ଧାର ଜଣେ ୪୮ ବର୍ଷୀୟ ପୁରୁଷ, ରାୟଗଡ଼ାର ଜଣେ ୩୮ ବର୍ଷୀୟ ପୁରୁଷ, ସୁନ୍ଦରଗଡ଼ର ଜଣେ ୮୦ ବର୍ଷୀୟ ପୁରୁଷ ଏବଂ କୋରାପୁଟର ଜଣେ ୪୯ ବର୍ଷୀୟ ମହିଳା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୃତକମାନେ କରୋନାରେ ଆକ୍ରାନ୍ତ ହେବା ସହିତ ଡାଇବେଟିସ୍, ହାଇପର୍‌ଟେନ୍‌ସନ୍ ଆଦି ରୋଗରେ ପୀଡ଼ିତ ଥିଲେ ବୋଲି ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।