ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, କନ୍ଧମାଳ, ରାୟଗଡା, ସମ୍ବଲପୁର, ସୁବର୍ଣ୍ଣପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
Regret to inform the demise of Eight #COVID19 positive patients while under treatment in hospitals.
1.A 65-year old female of Boudh district.
2.A 50-year old male of Cuttack district who was also suffering from Diabetes & morbid obesity.
— H & FW Dept Odisha (@HFWOdisha) September 15, 2020