ସୁସ୍ଥ ହେଲେ ରାଜ୍ୟର ଆଉ ୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଯାଜପୁରର ୪ଜଣ, ଭଦ୍ରକର ୨ଜଣ ଏବଂ ବାଲେଶ୍ୱର ଓ କେନ୍ଦୁଝରରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ଜଣାପଡିଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ୧୬୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।