କରୋନାରେ ଗଲା ଆଉ ୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଯୋଗୁ ଆଉ ୯ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବାଲେଶ୍ୱର, ବଲାଙ୍ଗିର, କଟକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।