ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର ଆସିଛି। କରୋନା ଭାଇରସରୁ ଆଜି ୯୧ ଜଣ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କର ସଂଖ୍ୟା ୧୪୧୬ରେ ପହଞ୍ଚିଛି।
ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ ଆଜି ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨ ଜଣ କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ସେହିଭଳି ପୁରୀ ଜିଲ୍ଲାରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଲେଖାଏଁ, ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩-୩ ଜଣ, କଟକ, ଗଂଜାବ, ଖୋର୍ଦ୍ଧା, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ଢେଙ୍କାନାଳ, ଗଜପତି ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି।