ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଂଟାରେ କରୋନା ନେଇଛି ଆଉ ୯ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।
Regret to inform of the demise of nine Covid positive patients while under treatment in hospitals.
1.A 48 year old male of Balasore district.
2.A 30 year old female of Jagatsinghpur district who was also suffering from Myesthenia gravis.
— H & FW Dept Odisha (@HFWOdisha) September 21, 2020
୯ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୪୧୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୬୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୫୬୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।