ଭୁବନେଶ୍ବର : ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଏବଂ ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୭୨ ଘଣ୍ଟା ଯାଏଁ ବର୍ଷା ଲାଗି ରହିବ । ପ୍ରଭାବିତ ହେବାକୁ ଯାଉଥିବା ଜିଲ୍ଲାର ପ୍ରଶାସନ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୭ ତାରିଖ ବେଳକୁ ପାଗରେ ସୁଧାର ଆସିବ ।
୭୨ ଘଣ୍ଟା ଯାଏଁ ଆହୁରି ବର୍ଷିବ । ଏଥର ନିର୍ଦ୍ଧୁମ୍ ଛେଚିବ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେଉଥିବା ବେଳେ ଆସନ୍ତା ୭୨ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆଗାମୀ ୨୪ ଘଣ୍ଟା ସ୍ଥିତି ସଙ୍ଗୀନ କରିଦେଲା ଭଳି । ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ବୌଦ୍ଧ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । କଳାହାଣ୍ଡି, ରାୟଗଡ଼ା, ଗଜପତି, ଅନୁଗୋଳ, କେନ୍ଦ୍ରାପଡ଼ା, ବରଗଡ଼, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାପେ ପ୍ରବଳ ବର୍ଷା ହେବ । ତେଣୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିଶନର୍ ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ବେଳେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ବିଜୁଳି ମାରିବା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହୁଛି । ତେଣୁ ପ୍ରଭାବିତ ହେବାକୁ ଯାଉଥିବା ଜିଲ୍ଲାର ଲୋକମାନେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୭୨ ଘଣ୍ଟା ଯାଏଁ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି ।