କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ପିଏମ୍, ତଦନ୍ତ ନିର୍ଦ୍ଦେଶ ଦେଲେ ସିଏମ୍

ଅହମ୍ମଦାବାଦ: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡରେ ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ ।

ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଦିଆଯିବ । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ରାଶି ପ୍ରଦାନ କରାଯିବ । ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି । ଘଟଣା ସମ୍ପର୍କରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ।

କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ । ରାଜ୍ୟ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଙ୍ଗୀତା ସିଂହ ତଦନ୍ତ କରିବେ । ତିନି ଦିନ ଭିତରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ।