ଏମ୍‌ସର ୪ ଡାକ୍ତର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ (ଏମ୍‌ସ)ରେ କାର୍ଯ୍ୟରତ ୪ ଜଣ ଡାକ୍ତର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମ୍‌ସ ଲୋକସଂପର୍କ ଅଧିକାରୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ ସିନିଅର ଓ ଜଣେ ଜୁନିଅର ରେସିଡେଣ୍ଟ ଡାକ୍ତର ଆକ୍ରାନ୍ତ ଅଛନ୍ତି।

ଏମ୍‌ସ ଜନସଂପର୍କ ଅଧିକାରୀଙ୍କ ସୂଚନା ଅନୁସାରେ ଡର୍ମାଟୋଲି ବିଭାଗର ଜଣେ ଡାକ୍ତର, ଫାର୍ମାକୋଲୋଜି ବିଭାଗର ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିଭଳି ପାଥୋଲୋଜି ଓ ସର୍ଜରୀ ବିଭାଗର ଜଣେ ଲେଖାଏଁ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି।