ଐଶ୍ୱର୍ଯ୍ୟା-ଆରାଧ୍ୟା କୋରୋନା ପଜିଟିଭ୍

ମୁମ୍ବାଇ: ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନା ହୋଇଥିବା ଜଣାପଡ଼ିଛି। ଏହା ସହିତ ବଚ୍ଚନ ପରିବାରର ଚାରି ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭଙ୍କ ପତ୍ନୀ ତଥା ଅଭିନେତ୍ରୀ ଜୟା ବଚ୍ଚନଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି।

ଅମିତାଭ ଓ ଅଭିଷେକ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଗତକାଲି ଜଣାପଡ଼ିଥିଲା। ଏଥିଯୋଗୁ ଉଭୟଙ୍କୁ ମୁମ୍ବାଇ ନାନାବତୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତେବେ ଅମିତାଭଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ହସ୍‌ପିଟାଲ୍ କର୍ତ୍ତୃପକ୍ଷ କହିଛନ୍ତି।

ଅମିତାଭ ଓ ଅଭିଷେକଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିବା ପରେ ଆଜି ସେମାନଙ୍କ ଘରକୁ ସିଲ୍ କରାଯାଇ ସାନିଟାଇଜ୍ କରାଯାଇଥିଲା।