ଜୁଲାଇ ୬ରୁ ସମସ୍ତ ଟିଚିଂ ଓ ନନ୍‌ଟିଚିଂ କର୍ମଚାରୀଙ୍କୁ କଲେଜ ଆସିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ବର:ଏଣିକି କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ । ଜୁଲାଇ ୬ ତାରିଖରୁ ସମସ୍ତ ଟିଚିଂ ଓ ନନ୍ଟି‌ଚିଂ ଷ୍ଟାଫ୍ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟକୁ ଆସି କାମରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ । ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଆସନ୍ତାକାଲିଠୁ ସମସ୍ତ ଟିଚିଂ ଓ ନନଟିଚିଂ ଷ୍ଟାଫ୍ ଡିଗ୍ରୀ ଓ ବିଶ୍ବବିଦ୍ୟାଳୟକୁ ଆସି କାମରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ୍‌ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ଏହି ନିୟମରେ ହୋଇଛି ପରିବର୍ତ୍ତନ ।

କରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ସବୁ କର୍ମଚାରୀ କାମରେ ଯୋଗଦେବା ପାଇଁ ଆଜି ବିଶ୍ୱବିଦ୍ୟାଳୟ କୁଳପତି ଓ ଡ଼ିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ର । କରୋନା କଟକଣା ମାନି ମାସ୍କ ପିନ୍ଧି ସାମାଜିକ ଦୂରତା ରଖି କାର୍ଯ୍ୟ କରିବେ କର୍ମଚାରୀ ।

all educational employee join to work in odisha from monday