୨ଦିନ ଧରି ପ୍ରବଳ ବର୍ଷା !

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ଯୋର୍ଗୁ ଓଡ଼ିଶାରେ ଆସନ୍ତା ୧୩ ଓ ୧୪ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆଲର୍ଟ ଜାରି...

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ଯୋର୍ଗୁ ଓଡ଼ିଶାରେ ଆସନ୍ତା ୧୩ ଓ ୧୪ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆଲର୍ଟ ଜାରି କରିଛନ୍ତି। ଏହାସହିତ ଜିଲ୍ଲାସ୍ତରରେ ଜରୁରୀକାଳୀନ କେନ୍ଦ୍ରକୁ ୨୪ଘଣ୍ଟିଆ ଖୋଲା ରଖି ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଲଘୁଚାପଜନିତ ବର୍ଷା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରି ଆଶ୍ରୟସ୍ଥଳୀରେ ରଖିବା, ଖାଦ୍ୟ ସାମଗ୍ରୀ ,ପାନୀୟ ଜଳ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ କରି ରଖିବାକୁ କହିଛନ୍ତି। ଜଳମଗ୍ନ ହୋଇ ପଡ଼ୁଥିବା ରାସ୍ତା ଓ ବ୍ରିଜରେ ଗାଡ଼ିମୋଟର ଚଳାଚଳ ବନ୍ଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ପାଣିପାଗ ବିଭାଗ ପକ୍ଷରୁ ଜାରି ପୂର୍ବାନୁମାନରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଆଗାମୀ ଦୁଇଦିନ ଧରି ବର୍ଷା ଲାଗି ରହିବ। ଆଜି ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଜାରି ରହିଛି। ଆସନ୍ତାକାଲି ଉତ୍ତର ଓଡ଼ିଶା ଉପକୂଳ ଓ ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସବୁ ଜିଲ୍ଲାଗୁଡ଼ିକରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୪ ତାରିଖରେ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳ ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଳ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି,ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ଯାଜପୁର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଜାରି କରାଯାଇଛି।

Spread the love
Categories
ଓଡିଶାବଡ ଖବର

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...