ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୩୮୫ କରୋନା ଆକ୍ରାନ୍ତ

ଭୁବନେଶ୍ବର  : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୭୦ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୪୦୮ ଜଣ ରହିଛନ୍ତି ।

୩୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୨୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୭୦ ହଜାର ୭୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ