ମନ୍ତ୍ରୀ ଡ. ଅରୁଣ ସାହୁ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟ କୃଷି, ପଶୁସଂପଦ, ମତ୍ସ୍ୟଚାଷ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ କରୋନା ସଂକ୍ରମିତ ହୋଇଛନ୍ତି । ଏ ସମ୍ପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି । ସଂକ୍ରମିତ ଜଣାପଡ଼ିବା ପରେ ସେ ଏବେ ଘରେ ଏକାନ୍ତବାସରେ ରହିଛନ୍ତି ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଗତ କିଛି ଦିନ ଧରି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ସେମାନଙ୍କ ସ୍ୱାସ୍ଥ୍ୟପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି ।

ଗତକାଲି ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ବିଧାୟକ ଦେବୀ ମିଶ୍ର କରୋନା ପଜିଟିଭ ଥିବା ଜଣାପଡ଼ିଥିଲା । ଏହା ପରେ ସେ ଘରେ ଏକାନ୍ତବାସରେ ରହିଛନ୍ତି । ସେହିପରି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ମଧ୍ୟ କରୋନା ସଂକ୍ରମିତ ଥିବା ଜଣାପଡ଼ିଛି ।