ଜାମିନ ପାଇଁ ହାଇକୋର୍ଟରେ ଆଶୀର୍ବାଦ ବେହେରା

କଟକ : ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌(ଓସିଏ) ଓ ଓଡ଼ିଶା ଅଲିମ୍ପିକ ଆସୋସିଏସନ୍‌ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ସେପ୍ଟେମ୍ବର ୧୯ରେ ସିବିଆଇ ତାଙ୍କୁ ଗିରଫ କରିଥିଲା। ନିମ୍ନ ଅଦାଲତରେ ଜାମିନ ଖାରଜ ହେବା ପରେ ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଶ୍ରୀ ବେହେରା ଏବେ ଏସସିବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସିବିଆଇ ଦ୍ବାରା ଗିରଫ ହେବା ପରେ ତାଙ୍କୁ ଭୁବନେଶ୍ବରସ୍ଥିତ ସ୍ବତନ୍ତ୍ର ସିବିଆଇ କୋର୍ଟ ଝାରପଡା ଜେଲ ହାଜତକୁ ପଠାଇ ଦେଇଥିଲେ। ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା।