ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

୪ ଘଂଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଯେଉଁକାରଣରୁ ୪ଘଂଟା ବନ୍ଦ ରହିବ ଦର୍ଶନ ।

ଦ୍ୱିପ୍ରହର ଧୂପ ସରିବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ।

ଏହା ଏକ ଗୁପ୍ତ ସେବା ଓ ଚାରିଘଂଟାର ନୀତି ହୋଇଥିବା କାରଣରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।