ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କୁ କରୋନା

ଭୁବନେଶ୍ୱର: ବିଜେଡି ନେତା ତଥା ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେ ସୋସିଆଲ୍ ମିଡିଆରେ ମଙ୍ଗଳବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି।

ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି।