ସ୍ୱାଧିନତା ସଂଗ୍ରାମୀ ଭବାନୀ ପଟ୍ଟନାୟଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ସ୍ୱାଧିନତା ସଂଗ୍ରାମୀ, ପୂର୍ବତନ ସାଂସଦ ତଥା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କର ଆଜି ସନ୍ଧ୍ୟାରେ ପରଲୋକ ଘଟିଛି । ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

bhabani-charan-pattanaik-story

ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଶତାୟୁ ସ୍ୱାଧିନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ସ୍ୱର୍ଗବାସ ଖବର ଶୁଣି ମୁଁ ମର୍ମାହତ । ଖୁବ୍ କମ ବୟସରୁ ସ୍ୱାଧିନତା ସଂଗ୍ରାମର ନେତୃତ୍ୱ ନେଇ ଭାରତ ଛାଡ ଆନ୍ଦୋଳନରେ ଝାସ ଦେଇଥିଲେ ଭବାନୀ ବାବୁ । ତିନି ତିନି ଥର ରାଜ୍ୟସଭା ସାଂସଦ ଥିବା ଭବାନୀ ବାବୁ ଶେଷ ପର୍ଯ୍ୟନ୍ତ ଜନସେବାରେ ନିୟୋଜିତ ଥିଲେ । ତାଙ୍କର ମୃତ୍ୟୁରେ ଓଡ଼ିଶାରୁ ଦେଶର ମୁକ୍ତି ସଂଗ୍ରାମର ସୂର୍ଯ୍ୟଙ୍କର ଅସ୍ତ ଘଟିଲା । ଶୋକସନ୍ତପ୍ତ ପରିବାର ପର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।