ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ କରୋନା

ଭଦ୍ରକ: ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକରେ କରୋନା ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ସେ ନିଜେ ଟୁଇଟ କରି ଜଣାଇଛନ୍ତି ।  ‘ଆଜି ମୋର କୋଭିଡ୍ ଟେଷ୍ଟ କରାଯାଇଥିଲା ଏବଂ ପରୀକ୍ଷା ପରେ ଫଳାଫଳ ପଜିଟିଭ ଆସିଛି । ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ଯୋଗାଯୋଗରେ ଆସିଛନ୍ତି, ଦୟାକରି କୋଭିଡ୍ ଟେଷ୍ଟ କରାଇ ନିଅନ୍ତୁ ଏବଂ କୋଭିଡ୍ ପଜିଟିଭ୍ ଗାଇଡ୍ ଲାଇନ୍ ପାଳନ କରନ୍ତୁ ବୋଲି ଟୁଇଟରେ ଲେଖିଛନ୍ତି ବିଧାୟକ ସଞ୍ଜୀବ ମଲ୍ଲିକ ।

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଥିଲା। ଏ ନେଇ ଟୁଇଟ୍ କରି ନିଜେ ସୂଚନା ଦେଇଥିଲେ ସୁଶାନ୍ତ ସିଂହ । ତା’ପୂର୍ବରୁ ରାଜ୍ୟର ୫ଜଣ ବିଧାୟକ କରୋନା ଆକ୍ରାନ୍ତ ହୋଇଥିଲେ। ଏଥିପୂର୍ବରୁ ବାଲେଶ୍ୱର ଜିଲ୍ଲାର ନୀଳଗିରି ଓ ରେମୁଣା, କଟକ ଜିଲ୍ଲାର ସାଲେପୁର, ଗଞ୍ଜାମ ଜିଲ୍ଲାର ପୋଲସରା ବିଧାୟକ ଓ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଥିଲେ । ଏହାଛଡା ନିକଟରେ ବରଗଡ ସାଂସଦ ସୁରେଶ ପୂଜାରୀ ମଧ୍ୟ ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସାଧୀନ ଅଛନ୍ତି।