ଭୁବନେଶ୍ୱର: ଆସନ୍ତା ବିଜେପୁର ଉପନିର୍ବାଚନକୁ ସୁପରିଚାଳନା କରିବା ନିମନ୍ତେ କଂଗ୍ରେସ ଦଳ ପକ୍ଷରୁ ବିଭିନ୍ନ ବ୍ଲକ ଓ ବିଜ୍ଞପିତ ଅଂଚଳ ପରିଷଦ ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ୯ ଜଣ ବରିଷ୍ଠ କଂଗ୍ରେସ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି।
ଏହି ପରିପ୍ରେକ୍ଷୀରେ ଗାଇସିଲଟ ବ୍ଲକ ପାଇଁ ପୂର୍ବତନ ମନ୍ତ୍ରୀ ପ୍ରକାଶ ଚନ୍ଦ୍ର ଦେବତା ଓ ଗତ ନିର୍ବାଚନରେ ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ଦାୟିତ୍ୱରେ ରହିଥିବା ବେଳେ ବିଜେପୁର ବ୍ଲକ ପାଇଁ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ, ବିଧାୟକ ରମେଶ ଜେନା ଓ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି। ସେହିଭଳି ବିଜେପୁର ବିଜ୍ଞପିତ ଅଂଚଳ ପରିଷଦ ପାଇଁ ବିଧାୟକ ସନ୍ତୋଷ ସିଂ ସାଲୁଜା, ବରପାଲି ବିଜ୍ଞପିତ ଅଂଚଳ ପରିଷଦ ପାଇଁ ଗତ ନିର୍ବାଚନରେ ବରଗଡ଼ ଲୋକସଭା ପ୍ରାର୍ଥୀ ପ୍ରଦୀପ ଦେବତା ଓ ବରପାଲି ବ୍ଲକ ପାଇଁ ପୂର୍ବତନ ବିଧାୟକ ନିହାର ମହାନନ୍ଦ ଏବଂ ସରୋଜ ମହାପାତ୍ରଙ୍କୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।
ଉପରୋକ୍ତ ନେତୃବୃନ୍ଦ ନିଜ ଦାୟିତ୍ୱରେ ଥିବା ଅଂଚଳକୁ ଖୁବଶ୍ରୀଘ୍ର ଗସ୍ତକରି ସଂପୃକ୍ତ ବ୍ଲକ, ପଂଚାୟତ ଓ ଜୋନର ନେତୃବୃନ୍ଦ ମାନଙ୍କ ସହ ଆଲୋଚନା କରି ନିଷ୍ଠାର ସହ ନିର୍ବାଚନ ପରିଚାଳନାକରି କଂଗ୍ରେସ ପ୍ରାର୍ଥୀଙ୍କୁ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି।